ଏହି 13ଟି ଜିଲ୍ଲାରେ ହୋଇପାରେ ବର୍ଷା

Spread the News

ରାଜ୍ୟର 13ଟି ଜିଲ୍ଲାରେ ଆଜି କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଜପତି ପ୍ରଭୃତି ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି।

ଝଡ଼ବର୍ଷା ସହିତ ବଜ୍ରପାତ ବି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବାଂଲାଦେଶ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି 13 ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଏବଂ 7 ତାରିଖରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। 8 ତାରିଖରୁ ପାଗ ପରିବର୍ତ୍ତନ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Tags: