ରଜ ପରେ +2 କଳା ଓ ବାଣିଜ୍ୟ ପରୀକ୍ଷା ଫଳ

Spread the love
ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ 2 ବାର୍ଷିକ ପରୀକ୍ଷା ଫଳ ରଜ ପରେ ପ୍ରକାଶ ପାଇବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । 

ରାଜ୍ୟରେ ମୋଟ 3,65,826 ଜଣ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଯୁକ୍ତ ଦୁଇ ପରୀକ୍ଷାର୍ଥି ପରୀକ୍ଷା ଦେଇଥିଲେ । ମେ 10 ସୁଦ୍ଧା ଖାତା ମୂଲ୍ୟାୟନ ସରିଛି । ଜୁନ 3ରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ତେବେ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ରଜ ପରେ ପ୍ରକାଶ ପାଇବ । ଚଳିତ ମାସ 14,15,16 ରଜ ଥିବାରୁ 17 ଓ 18 ତାରିଖରେ ପରୀକ୍ଷା ଫଳ ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଲକ୍ଷ୍ୟ ରଖିଛି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

Tags:

Leave a Reply

Your email address will not be published. Required fields are marked *