ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ

Spread the News

ରାଜ୍ୟ ସରକାର ଆଜି ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। 9 ଜଣ ଜିଲ୍ଲାପାଳଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଓ ବିଧାନସଭା ସଚିବ ପଦରେ ନୂଆ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ନିରଞ୍ଜନ ସାହୁଙ୍କୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ଭାବେ ଶ୍ରମ କମିଶନର ଦାୟିତ୍ୱ ତୁଲାଇବେ। ଆଇଟି ବିଭାଗର ଯୁଗ୍ମ ସଚିବ ଆଦିତ୍ୟ ମହାପାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ସେହିପରି ଓଏମସିରେ ଓଏସଡି ଥିବା ଓଏଏସ ମନୋଜ କୁମାର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ଭାବେ ବଦଳି କରାଯାଇଛି। ସେହିପରି ଆଇଏଏସ ଦାଶରଥୀ ଶତପଥୀଙ୍କୁ ବିଧାନସଭା ସଚିବ ଭାବେ ବଦଳି କରାଯାଇଛି। ଓଡ଼ିଶା ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଅର୍ଚ୍ଚନା ପଟ୍ଟନାୟକଙ୍କୁ ଓଡ଼ିଶା ଉଠା ଜଳସେଚନ ନିଗମର ପରିଚାଳନା ନିର୍ଦ୍ଦେଶକ ଓ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି।

Tags: