latest

ନାମାଙ୍କନ ଦାଖଲ କଲେ ରାଜ୍ୟସଭା ପ୍ରାର୍ଥୀ

Spread the News

ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ଓଡ଼ିଶାରୁ ତିନି ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେପି ପକ୍ଷରୁ ପୂର୍ବତନ ଆଇଏଏସ୍ ଅଫିସର ଅଶ୍ୱିନୀ ବୈଷ୍ଣବ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ବିଜେଡି ପକ୍ଷରୁ ପୂର୍ବତନ ଏଜି ଅମର ପଟ୍ଟନାୟକ ଓ ମୁଖପାତ୍ର ସସ୍ମିତ ପାତ୍ର ନାମାଙ୍କନ ଦାଖଲ କରିଛନ୍ତି। ବିଧାନସଭାର ସ୍ୱତନ୍ତ୍ର ପ୍ରକୋଷ୍ଠରେ ରିଟର୍ଣ୍ଣିଂ ଅଫିସର ବିଷ୍ଣୁପ୍ରସାଦ ମିଶ୍ରଙ୍କ ନିକଟରେ ସେମାନେ ନାମାଙ୍କନପତ୍ର ଦାଖଲ କରିଥିଲେ।

ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ର ନାମାଙ୍କନ ପତ୍ର ଦାଖଲ କଲା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ସେହିପରି ଅଶ୍ୱିନୀ ନାମାଙ୍କନ ପତ୍ର ଦାଖଲ କଲା ବେଳେ ବିଜେପି ବିଧାୟକଙ୍କ ସହିତ ବହୁ ବିଜେଡି ନେତା ଉପସ୍ଥିତ ଥିଲେ।

Tags: