ତିନି ସେନା ମୁଖ୍ୟଙ୍କ ଉପରେ ରହିବେ ‘ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌’

Spread the News

ପୁଣି ଏକ ଐତିହାସିକ ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି 73ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରି ମୋଦି ସେନା ବାହିନୀ ସମ୍ପର୍କରେ ନିଆଯାଇଥିବା ବଡ଼ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଛନ୍ତି।

ମୋଦିଙ୍କ ଘୋଷଣା ଅନୁଯାୟୀ, ଏଣିକି ତିନି ସେନା ବାହିନୀର ମୁଖ୍ୟଙ୍କ ଉପରେ ଆଉ ଜଣେ ମୁଖିଆ ରହିବେ। ଏହି ପଦବୀର ନାଁ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ(ଏସ୍‌ଡିଏସ୍‌) ରହିବ। ଏହି ଏସ୍‌ଡିଏସ୍‌ ତନି ସେନା ବାହିନୀ-ସ୍ଥଳ ସେନା, ବାୟୁସେନା ଓ ନୌସେନା ମଧ୍ୟରେ ସମନ୍ୱୟ ରକ୍ଷା କରିବ। ଏଥିସହ ଏମାନଙ୍କୁ ଉପଯୁକ୍ତ ନେତୃତ୍ୱ ପ୍ରଦାନ କରିବ।

Tags: