latest

୬୫ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ

Spread the love

ନନ୍ଦନକାନନରେ ୬୫ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି ।ନନ୍ଦନକାନନର ଉପ ନିର୍ଦ୍ଦେଶକ ଜୟନ୍ତ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନିର୍ଦ୍ଦେଶକ ଶଶି ପଲ ଯୋଗ ଦେଇଥିଲେ| ସେଞ୍ଚୁରିଆନ ଇୟୁନିଭରସିଟିର ପ୍ରାଣୀବିଜ୍ଞାନ ବିଭାଗର ମୁଖ୍ୟ ଡ଼ ଶିବ ପରିଡ଼ା ଓ ପରିବେଶବିତ ଅନ୍ତର୍ଯ୍ୟାମୀ ସାହୁଙ୍କ ଉପସ୍ଥିତରେ କାର୍ଯ୍ୟକ୍ରମ କରାଯାଇଛି ।

ବଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଦସ୍ତଖତ ଅଭିଯାନ ଓ ପରିବେଶ ଚିତ୍ର ପ୍ରଦର୍ଶନୀ ମଧ୍ୟ ଆୟୋଜିତ ହୋଇଥିଲା ।

Tags: