latest

ନଭେମ୍ବର ୨୧ ସୁଦ୍ଧା ପ୍ରକାଶ ପାଇବ ଓଟିଇଟି ପରୀକ୍ଷା ଫଳ

Spread the love

ନଭେମ୍ବର ୨୧ ସୁଦ୍ଧା ଓଟିଇଟି ପରୀକ୍ଷା ଫଳ ପ୍ରକାଶ ପାଇବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକରେ ସୋମବାର ଏହି ନିଷ୍ପତ୍ତି ହୋଇଛି। ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓଟିଇଟି ପରୀକ୍ଷା ତ୍ରୁଟି ସଂପର୍କରେ ଅନୁଧ୍ୟାନ କରି ସମସ୍ୟାର ସମାଧାନ କରିବା ପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଖାତା ରିଚେକିଂ ପାଇଁ ପରୀକ୍ଷାର୍ଥୀମାନେ ଦେଇଥିବା ଟଙ୍କା ଫେରସ୍ତ କରାଯିବ। ସୂଚନାଯୋଗ୍ୟ ଓଡ଼ିଇଟି ପରୀକ୍ଷା ପାଇଁ ପ୍ରଶ୍ନପତ୍ରରେ ତ୍ରୁଟି ଥିବା ନେଇ ଅଭିଯୋଗ ହେବା ପରେ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ବିଭାଗୀୟ ମନ୍ତ୍ରୀ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ପରୀକ୍ଷା ଫଳ ପ୍ରକାଶ ପାଇବ।

Tags: