latest

ଦୋକାନୀଙ୍କ ଉପରେ ମାଡିଗାଲ ଟ୍ରକ୍ – 4 ମୃତ

Spread the News

ସମ୍ବଲପୁର ଶାସନ ଥାନା ପରମାଣପୁର ଧନୁଯାତ୍ରା ମୀନାବଜାରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଜି ଭୋରରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା କିଛି ଅସ୍ଥାୟୀ ଦୋକାନୀଙ୍କ ଉପରେ ଏକ ଟ୍ରକ୍‌ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ 4 ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ 7 ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ବୁର୍ଲା ମେଡିକାଲରେ ଭର୍ତ୍ତି କରିଛନ୍ତି। ସେମାନଙ୍କ ମଧ୍ୟରୁ 3 ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଖବରପାଇ ଶାସନ ଥାନା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଟ୍ରକ୍‌ଟି ଘଟଣାସ୍ଥଳରେ ଥିବା ବେଳେ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡ଼ିଛି। ମୃତକମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି।

Tags: