ଆସନ୍ତା କାଲିଠୁ ପୁନେରେ ନାଇଟ କର୍ଫ୍ୟୁ, ରାତି ୧୧ଟାରୁ ସକାଳ ୬ଟା ଯାଏ କଟକଣା ଜାରି

ଆସନ୍ତା କାଲିଠୁ ପୁନେରେ ନାଇଟ କର୍ଫ୍ୟୁ, ରାତି ୧୧ଟାରୁ ସକାଳ ୬ଟା ଯାଏ କଟକଣା ଜାରି
ଆସନ୍ତା କାଲିଠୁ ପୁନେରେ ନାଇଟ କର୍ଫ୍ୟୁ, ରାତି ୧୧ଟାରୁ ସକାଳ ୬ଟା ଯାଏ କଟକଣା ଜାରି

କୋଭିଡ ସଂକ୍ରମଣ ସଂଖ୍ୟା ବଢୁଥିବାରୁ ପୁଣେରେ ଆସନ୍ତାକାଲି ରାତି ୧୧ଟାରୁ ସକାଳ ୬ଟା ଯାଏ ଜାରି ହେବ ନାଇଟ କର୍ଫ୍ୟୁ ଏବଂ ଫେବୃଆରୀ ୨୮ ଯାଏ ସ୍କୁଲ ଓ କଲେଜ ବନ୍ଦ ରହିବ। କେବଳ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯିବ।

ସେପଟେ ଦେଶର ମୋଟ କରୋନା ସକ୍ରିୟ ସଂକ୍ରମିତଙ୍କ ମଧ୍ୟରୁ କେବଳ କେରଳ ଓ ମହାରାଷ୍ଟ୍ରର ୭୪ ପ୍ରତିଶତ ରହିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଛତିଶଗଡ ଓ ମଧ୍ୟପ୍ରଦେଶରେ ମଧ୍ୟ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ପଂଜାବ ସହ ଜାମ୍ମୁ କାଶ୍ମୀରରେ ମଧ୍ୟ ପଜିଟିଭ ମାମଲା ଅଚାନକ ବଢିବାରେ ଲାଗିଛି। ଏପଟେ ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୧୪ ହଜାର ୨୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।