ଏମସିଏଲ୍ ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲ କରିବାକୁ କେନ୍ଦ୍ର କୋଇଲା ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଏମସିଏଲ୍ ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲ କରିବାକୁ କେନ୍ଦ୍ର କୋଇଲା ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି
ଏମସିଏଲ୍ ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲ କରିବାକୁ କେନ୍ଦ୍ର କୋଇଲା ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ସେମାନଙ୍କ ଯତ୍ନନେବା ଏକପ୍ରକାର କଷ୍ଟପୂର୍ଣ୍ଣ କାର୍ଯ୍ୟ ହୋଇପଡ଼ିଛି। ଏହାରି ଭିତରେ କରୋନା ଆକ୍ରାନ୍ତଙ୍କୁ ସଠିକ୍ ସମୟରେ ଭେଣ୍ଟିଲେଟର, ବେଡ୍‌, ଅକ୍ସିଜେନ୍ ଆଦି ଜରୁରୀକାଳୀନ ଜିନିଷକୁ ଯୋଗାଇ ଦେବାକୁ ସରକାର ତତ୍ପର ହୋଇଉଠିଛନ୍ତି।

ଅନୁଗୋଳ ଜିଲ୍ଲାରେ କୋଭିଡ୍ ମାମଲା ବଢୁଥିବା ବେଳେ ଏଠାରେ ଜରୁରୀକାଳୀନ ମେଡିକାଲ ଭିତ୍ତିଭୂମିକୁ କାର୍ଯ୍ୟକ୍ଷମ କରିବା ନିହାତି ଆବଶ୍ୟକ। ଏହାକୁ ଦୃଷ୍ଟିରେ ରଖି ଅନୁଗୁଳ ଜିଲ୍ଲାର ତାଳଚେର ଏମସିଏଲ୍ ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲ ଭାବରେ କାର୍ଯ୍ୟକ୍ଷମ କରିବାକୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି।

ସେଠାରେ ୧୦୦ଟି ଭେଣ୍ଟିଲେଟର ବ୍ୟବସ୍ଥା ପାଇଁ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି, କୋଭିଡ ଚିକିତ୍ସା ପାଇଁ ସମସ୍ତ ଉପଲବ୍ଧ ସ୍ଵାସ୍ଥ୍ୟ ଭିତିଭୂମିକୁ ବୃଦ୍ଧି କରିବା ଆବଶ୍ୟକ। ଓଡ଼ିଶାରେ ବର୍ତ୍ତମାନ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି। କୋଭିଡର ପ୍ରଥମ ଲହରି ବେଳେ ୧୪୪ ଶଯ୍ୟା ବିଶିଷ୍ଟ ଓ ୬ଟି ଆଇସିୟୁ ୟୁନିଟ୍ ସହ ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲ କୋଭିଡ୍ ହସ୍ପିଟାଲ ଭାବରେ କାର୍ଯ୍ୟ କରୁଥିଲା। ବର୍ତ୍ତମାନ ସଂକ୍ରମଣ ବ୍ୟାପୁଥିବାରୁ ଏହି ହସ୍ପିଟାଲକୁ ୧୦୦ଟି ଭେଣ୍ଟିଲେଟର ପ୍ରଦାନ କରାଗଲେ କୋଭିଡ଼ ରୋଗୀ ଉପକୃତ ହୋଇପାରିବେ।