ବାଲେଶ୍ୱରରେ ନିର୍ମାଣାଧୀନ ମେଗା ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

ବାଲେଶ୍ୱରରେ ନିର୍ମାଣାଧୀନ ମେଗା ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ
ବାଲେଶ୍ୱରରେ ନିର୍ମାଣାଧୀନ ମେଗା ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

ଭୁବନେଶ୍ୱର: ଆଜି ସକାଳେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ସମେତ ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ବାଲେଶ୍ବର ଗସ୍ତ କରିଛନ୍ତି। ବାଲେଶ୍ବର ପୋଲିସ ଲାଇନ୍‌ ପଡ଼ିଆରେ ପହଞ୍ଚିବା ପରେ ବିଭିନ୍ନ ପ୍ରକଳ୍ପର ତଦାରଖ କରିଛନ୍ତି ।ବରିଷ୍ଠ ସଚିବମାନେ ସକାଳେ ହେଲିକପ୍ଟର ଯୋଗେ ଆସି ବାଲେଶ୍ବର ସହରରେ ପହଞ୍ଚିଥିଲେ । ପୋଲିସ ପରେଡ୍‌ ପଡ଼ିଆରେ ଓହ୍ଲାଇବା ପରେ ୩ ସଚିବଙ୍କୁ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ମୁଖ୍ୟ ଶାସନ ସଚିବ ଏବଂ ୫ଟି ସଚିବ ପ୍ରଥମେ କୁରୁଡ଼ା ସ୍ଥିତ ଜ୍ୟୋତି ହସ୍ପିଟାଲକୁ ଯାଇ ସେଠାରେ କୋଭିଡ ହସ୍ପିଟାଲ ପୁନଃକାର୍ଯ୍ୟକ୍ଷମ କରିବା ନେଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହାସହ ବାଲେଶ୍ଵରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିବା ସହ ୫ଟି ଅନ୍ତର୍ଭୁକ୍ତ କାର୍ଯ୍ୟକ୍ରମଗୁଡ଼ିକ କିଭଳି ଚାଲିଛି ସେସବୁର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫ଟି ସଚିବ ଭିକେ ପାଣ୍ଡିଆନ ।