ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସର ପ୍ରାର୍ଥନା ସଭାରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସର ପ୍ରାର୍ଥନା ସଭାରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସର ପ୍ରାର୍ଥନା ସଭାରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ,ଆଜି ମହାତ୍ମା ଗାନ୍ଧୀଙ୍କ ୭୩ ତମ ଶ୍ରାଦ୍ଧ ଦିବସ ଅବସରରେ ଆୟୋଜିତ ପ୍ରାର୍ଥନା ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମିଲ ହୋଇଛନ୍ତି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ରାଜଘାଟକୁ ଯାଇ ସେଠାରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ କରି କହିଛନ୍ତି କି ବାପୁଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରୁଛି। ଏବେ ବି ବାପୁଙ୍କ ଆଦର୍ଶ ଲକ୍ଷ ଲକ୍ଷ ଲୋକଙ୍କୁ ପ୍ରେରିତ କରୁଛି।

ଏଥିସହିତ ମୋଦୀ କହିଛନ୍ତି କି, ଆଜି ଏହି ଦିବସରେ ଆମେ ଭାରତର ସ୍ୱାଧୀନତା ସଂଗ୍ରାମରେ ଭାଗନେଇ ନିଜ ଜୀବନକୁ ବଳିଦାନ ଦେଇଥିବା ସମସ୍ତ ମହାପୁରୁଷ ଓ ମହାନ ମହିଳାଙ୍କୁ ମନେପକାଉଛୁ।