ରାଉରକେଲା ଆଇଜିଏଚରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Spread the News

ରାଉରକେଲା ଆଇଜିଏଚରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରିବା ପରେ ବୁଧବାର ଏହି ୬୪ ବର୍ଷୀୟ ବ୍ୟକ୍ତି ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏହାପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା । ରିପୋର୍ଟରେ ସେ କରୋନା ପଜିଟିଭ୍ ଥିବା ଜଣାପଡିଥିଲା। ଏହାପରେ ତାଙ୍କୁ ଆଇଜିଏଚର କରୋନା ୱାର୍ଡରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏନେଇ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।

Tags: