ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ କରୋନା ପଜିଟିଭ

Spread the News

କରୋନା ଆକ୍ରାନ୍ତ ହୋଇଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ଡା. ପ୍ରମୋଦ ସାୱନ୍ତ। ଏ ନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟ କରି ଲେଖିଛନ୍ତି ଯେ, “ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି । ମୁଁ ହୋମ ଆଇସିଲେଶନରେ ଅଛି। ମୁଁ ଘରୁ ମୋ କାର୍ଯ୍ୟ କରିବି। ମୁଁ ଅନୁରୋଧ କରୁଛି ଯେ, ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସଂସ୍ପର୍ଶରେ ଆସିଛନ୍ତି, ଦୟାକରି ନିଜକୁ ସଙ୍ଗରୋଧ କରନ୍ତୁ ଏବଂ କରୋନା ପରୀକ୍ଷା କରାଇ ନିଅନ୍ତୁ”।