ଭୁବନେଶ୍ୱରରୁ ୨୧୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱରରୁ ୨୧୩ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୧୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । 

ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୬୮ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୪୫ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୭,୪୪୧ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨୮୩୦ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୪,୪୫୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୪୦ ଜଣଙ୍କର ମୃତ୍ୟୁ ଘଟିଛି।