ଜଳେଶ୍ୱରରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଜଳେଶ୍ୱରରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ପ୍ରତିଦିନ ରାଜ୍ୟର ବିଭିନ୍ନ ସ୍ଥାନରୁ ପୁଳା ପୁଳା ବ୍ରାଉନସୁଗାର ଜବତ ହେଉଛି । ବିଶେଷ କରି ସୀମାନ୍ତ ଜିଲ୍ଲା ଗୁଡ଼ିକରୁ। ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରୁ ପୁଣି ଆଜି ୩୦ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଛି । ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ରାଜପୁର ଅଞ୍ଚଳରେ ପୋଲିସ ଚଢଉ କରିିଥିଲା । ଚଢଉ ସମୟରେ ପ୍ରାୟ ୩ ଶହ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରିଛି ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୩୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ତେବେ ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି । ତେବେ ସେମାନଙ୍କ ସହିତ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ ସେନେଇ ପୋଲିସ ଛାନଭିନ ଜାରି ରଖିଛି ।