ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ
ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

ଭୁବନେଶ୍ୱର ୨୮।୦୮ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୭୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୫୬୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୯୮୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୮୭୮୬୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।