ଗୃହକାର୍ଯ୍ୟ ଆରମ୍ଭରୁ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଓଡିଶା ଷ୍ଟାଫ୍ ସିଲେକ୍ସନ ଦୁର୍ନୀତି ପ୍ରସଙ୍ଗ ନେଇ ହୋହଲ୍ଲା : ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ବିଧାନସଭା ମୌସୁମୀ ଅଧିବେସନର ଆଜି ତୃତୀୟ ଦିନ । ଆଜି ବି ଚାଲିପାରିଲାନି ଗୃହ କାର୍ଯ୍ୟ । ଗୃହକାର୍ଯ୍ୟ ଆରମ୍ଭରୁ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ । ପ୍ରଶ୍ନକାଳ ଆରମ୍ଭରୁ ଷ୍ଟାଫ୍ ସିଲେକ୍ସନ ଦୁର୍ନୀତି ପ୍ରସଙ୍ଗ ନେଇ ନାରାବାଜି ଓ ହୋହଲ୍ଲା । ଏଥିରେ ତୃତୀୟ ମହଲାର ସଂପୃକ୍ତିକୁ ଅସ୍ବୀକାର କରାଯାଇ ନ ପାରେ କହିଥିଲେ । ଫଳରେ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କଲେ ।

ଆଜି ବିଧାନସଭା ପ୍ରଶ୍ନକାଳରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ, ଶକ୍ତି, କ୍ରୀଡା ଓ ଯୁବକଲ୍ୟାଣ, ଶିଳ୍ପ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ଦ୍ୟେଗ ଆଦି ବିଭାଗ ଉପରେ ଆଲୋଚନା ହେବାର ଥିଲା । ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥାନ୍ତେ ବିଭାଗୀୟ ମନ୍ତ୍ରୀ ।

ଦ୍ବିତୀୟ ଦିନରେ ମାହାଙ୍ଗା ଡବଲ୍ ମର୍ଡର ଘଟଣାକୁ ନେଇ ଗୃହରେ ହଟ୍ଟଗୋଳ ଲାଗି ରହିଥିଲା । ଫଳରେ ବାରମ୍ବାର ଗୃହକୁ ମୁଲତବୀ ରଖିଥିଲେ ବାଚସ୍ପତି । ଆଜି ବି ଗୃହକାର୍ଯ୍ୟ ସ୍ବାଭାବିକ ହୋଇପାରିନି ।