ବାବା ଧବଳେଶ୍ଵରଙ୍କ ପୀଠରେ ୧୪୪ ଜାରି

ବାବା ଧବଳେଶ୍ଵରଙ୍କ ପୀଠରେ ୧୪୪ ଜାରି

କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ୧୪୪ ଜାରି । ଚଳିତ କାର୍ତ୍ତିକ ମାସର ପ୍ରଥମ ସୋମବାରକୁ ୧୪୪ଧାରା ଜାରି କରିଛି ଆଠଗଡ଼ ପ୍ରଶାସନ । ୨୫ଅକ୍ଟୋବର ଭୋର ୪ଟାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି ଆଠଗଡ଼ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ସୂଚନା ଦେଇଛନ୍ତି।

ରାଜ୍ୟ ସରକାରଙ୍କ କୋଭିଡ କଟକଣାକୁ ଆଖି ଆଗରେ ରଖି ସମସ୍ତ ହବିଶ୍ୟାଳୀ ଓ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ପୀଠକୁ ନ ଆସିବାକୁ ବାରଣ କରାଯିବା ସହିତ ଧବଳେଶ୍ଵର ପୀଠକୁ ଧାରା ୧୪୪ ଜାରି କରାଯାଇଛି ।