ଗତ ୨୪ ଘଣ୍ଟାରେ ଦେଶରୁ ୨୪୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟାରେ ଦେଶରୁ ୨୪୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୪ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୮ ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ ୪ ଜଣ ଶିଶୁ ସଂକ୍ରମିତ ରହିଛନ୍ତି ।ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବରରୁ ୧, କଟକରୁ ୩, ଖୋର୍ଦ୍ଧାରୁ ୧, ନୂଆପଡାରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୦୪ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୧୩୮ ସକ୍ରିୟ ମାମଲା ରହିଛି । ନୂଆ ୭ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୮ ହଜାର ୯୮୭ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଆଜି ଦେଶରେ ମଧ୍ୟ କମିଛି ସଂକ୍ରମଣ ହାର।ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ମାତ୍ର ୨୪୮୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ସହ ଆଜି ମୃତ୍ୟୁସଂଖ୍ୟା ମଧ୍ୟ ଖୁବ୍ କମ୍ ରହିଛି । ଦିନକରେ କେବଳ ୧୩ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮୭୮ ଜଣ ସୁସ୍ଥ ହୋଇଛନ୍ତି ।