ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୨ ହଜାରରୁ ଅଧିକ କରୋନା ପଜିଟିଭ୍, ୩୫୬ ମୃତ

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୨ ହଜାରରୁ ଅଧିକ କରୋନା ପଜିଟିଭ୍, ୩୫୬ ମୃତ
ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୨ ହଜାରରୁ ଅଧିକ କରୋନା ପଜିଟିଭ୍, ୩୫୬ ମୃତ

ନୂଆଦିଲ୍ଲୀ ୨୬/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫୬ ଜଣଙ୍କ ମୃତ୍ୟୁ ହୋଇଛି ।

 

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୪୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୫୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୨ ଲକ୍ଷ ୨ ହଜାର ୨୦୨ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୫ ହଜାର ୬୮ରେ ପହଞ୍ଚିଛି । ଏବେ ଦେଶରେ ୧୬୩୮୧୬ ସକ୍ରିୟ ମାମଲା ରହିଛି ।