୯୨ ବର୍ଷରେ ପାଦ ଦେଲେ ସ୍ୱର ସମ୍ରାଜ୍ଞୀ

୯୨ ବର୍ଷରେ ପାଦ ଦେଲେ ସ୍ୱର ସମ୍ରାଜ୍ଞୀ

ଆଜି ହେଉଛି ସ୍ୱର ଜଦୁଗରଣି ଲତା ମଙ୍ଗେସକରଙ୍କ ୯୨ତମ ଜନ୍ମଦିନ । ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ ଲତା ମଙ୍ଗେସକର । ଆମ ସମସ୍ତଙ୍କର ପ୍ରିୟ, ଭାରତ ରତ୍ନ ଲତାଲତା ମଙ୍ଗେସକର ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ମଧ୍ୟପ୍ରଦେଶର ଇନ୍ଦୋର ସହରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଦିନାନାଥ ମଙ୍ଗେସକର ଜଣେ ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଓ ଥିଏଟର କଳାକାର ଥିଲେ । ପିଲା ବେଳୁ ହିଁ ସଙ୍ଗୀତ ପ୍ରତି ମନ ବଳାଇଥିଲେ ଲତା । ତାଙ୍କ ସହ ତାଙ୍କ ଭାଇ ଓ ଭଉଣୀମାନେ ମଧ୍ୟ ଗୀତ ଶିଖୁଥିଲେ । ହେଲେ ଲତାଙ୍କୁ ୧୩ ବର୍ଷ ବୟସ ହୋଇଥିବା ବେଳେ ହୃଦଘାତରେ ତାଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା । ଆଉ ପରିବାର ଚଳାଇବା ପାଇଁ ଶେଷରେ ୧୯୪୨ ମସିହାରେ ସଙ୍ଗୀତ ଜଗତରେ ପାଦ ଦେଇଥିଲେ ଲତା ମଙ୍ଗେସକର ।

୧୯୪୨ରୁ ୧୯୪୮ ମସିହା ମଧ୍ୟରେ ଲତା ମଙ୍ଗେସକର ହିନ୍ଦି ଓ ମରାଠୀ ଭାଷାରେ ୮ଟି ସଙ୍ଗୀତରେ କଣ୍ଠଦାନ କରିଥିଲେ । ୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର କିଟ୍ଟି ହାସଲରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ । ଏହାପରେ ମଜବୁର, ବେଦର୍ଦ ଭଳି ଦୁଇଟି ଚଳଚ୍ଚିତ୍ରରେ ଗୀତ ଗାଇ ନିଜର ସ୍ଵତନ୍ତ୍ର ପରିଚୟ ହାସଲ କରିଥିଲେ। ହେବା ପରେ ପୂରା ସଙ୍ଗୀତ ଜଗତରେ ଛାଇ ଯାଇଥିଲେ ଲତା ମଙ୍ଗେସକର । ତାଙ୍କ ସଙ୍ଗୀତ ସବୁ ବର୍ଗର ଲୋକଙ୍କୁ ଆକୃଷ୍ଟ କରିଥାଏ। ତେବେ ଆଜି ତାଙ୍କର ଜନ୍ମଦିନ ଅବସରରେ ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ଦେଶର କୋଣ ଅନୁକୋଣରୁ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି।