ସୃଷ୍ଟି ହେଲା ଲଘୁଚାପ

ସୃଷ୍ଟି ହେଲା ଲଘୁଚାପ

ସୃଷ୍ଟି ହେଲା ଲଘୁଚାପ । ଗତକାଲିର ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଏହି ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଆଜି ସ୍ପଷ୍ଟ ହେବ ବାତ୍ୟା ଚିତ୍ର। ତେବେ ଗତ କାଲି ରାତିରୁ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ପବନ ଲାଗି ରହିଛି।