ରାଜ୍ୟ ଖଣି ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ କରୋନା

ରାଜ୍ୟ ଖଣି   ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ କରୋନା

ରାଜ୍ୟରେ ଆଉ ଜଣେ ମନ୍ତ୍ରୀ ତଥା ବରିଷ୍ଠ ବିଧାୟକ କରୋନା ସଂକ୍ରମିତ ହୋଇଛନ୍ତି । କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି , ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟର ଅନେକ ମନ୍ତ୍ରୀ ଓ ବିଧାୟକମାନେ କରୋନାରେ ଆକ୍ରାନ୍ତ ହୋଇଥିଲେ । ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ ରାଣେନ୍ଦ୍ର ପ୍ରତାପ ସ୍ବାଇଁ, ମହିଳା ଏବଂ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଓ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରମୁଖ ବି କରୋନାରେ ସଂକ୍ରମିତ ହୋଇଥିଲେ।