ପାରା ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ

ପାରା ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ

ଜାପାନ : ଟୋକିଓରେ ଚାଲିଥିବା ପାରାଅଲିମ୍ପିକ୍ସରେ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛନ୍ତି ଭାରତୀୟ ପାରା ଆଥଲେଟ । ଆଜି ଭାରତକୁ ସୁଟିଂରେ ବ୍ରୋଞ୍ଜ ପଦକ ଦେଇଛନ୍ତି ସିଂହରାଜ ଅଧାନା । ସିଂହରାଜ ପୁରୁଷ ୧୦ ମିଟର୍ ଏୟାର ପିସ୍ତଲ ଏସଏଫ୍-୧ ଇଭେଣ୍ଟରେ ଏହି ସଫଳତା ହାସଲ କରିଛନ୍ତି । ଏଥିସହ ଟୋକିଓ ପାରାଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୮ରେ ପହଞ୍ଚିଛି ।

ଭାରତ ଚଳିତ ଗେମ୍ସରେ ୨ ସ୍ୱର୍ଣ୍ଣ, ୪ ରୌପ୍ୟ ଓ ୨ ବ୍ରୋଞ୍ଜ ପଦକ ଜିତିଛି । ଫାଇନାଲରେ ସିଂହରାଜ ୨୧୬.୮ ସ୍କୋର ସହ ତୃତୀୟ ସ୍ଥାନ ହାସଲ କରି ବ୍ରୋଞ୍ଜ ପଦକ ନିଜ ନାଁରେ କରିଛନ୍ତି । ଏଥିସହ ଶୁଟିଂରେ ଭାରତ ଦ୍ୱିତୀୟ ପଦକ ହାତେଇଛି । ତାଙ୍କ ପୂର୍ବରୁ ମହିଳା ୧୦ ମିଟର୍ ରାଇଫଲ୍ ଏସଏସ୍-୧ ଇଭେଣ୍ଟରେ ଅବନୀ ଲେଖାରା ଭାରତ ପାଇଁ ସ୍ୱର୍ଣ୍ଣ ପଦକ ହାତେଇଥିଲେ ।