ଜଗଦେବଙ୍କୁ ମିଳିଲା ଜାମିନ୍

ଜଗଦେବଙ୍କୁ ମିଳିଲା ଜାମିନ୍

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ଜାମିନ୍ । ପ୍ରଶାନ୍ତଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି ହାଇକୋର୍ଟ । ସାକ୍ଷୀଙ୍କୁ ପ୍ରଭାବିତ ନକରିବାକୁ ହାଇକୋର୍ଟ ସର୍ତ୍ତ ରଖିଛନ୍ତି । ଅନ୍ୟାନ୍ୟ ସର୍ତ୍ତ ରଖି ନିମ୍ନ ଅଦାଲତ ପ୍ରଶାନ୍ତଙ୍କୁ ଜାମିନରେ ଛାଡ଼ିବେ । ତେବେ ବିଜେପି ନେତାଙ୍କୁ ମାଡ ମାରିବା ଘଟଣାରେ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇଥିଲା। ବିଜେପି ବାଲୁଗାଁ ମଣ୍ଡଳ ସଭାପତିଙ୍କୁ ଆକ୍ରମଣ କରି ସେ ଗିରଫ ହୋଇଥିଲେ ।

ସୂଚନାଯୋଗ୍ୟ ଯେ, ଏହି ଘଟଣାରେ ଦୀର୍ଘ ୧ ମାସ ଧରି ଫେରାର ରହିବା ପରେ ବିଧାୟକ ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କରିଥିଲେ । ବାଲୁଗାଁରେ ବିଜେପି ନେତାଙ୍କୁ ମାଡ଼ ମାରିବା ଦୃଶ୍ୟ ଭାଇରାଲ ହେବା ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଥିଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି କାର୍ଯ୍ୟ ପାଇଁ ପ୍ରଶାନ୍ତଙ୍କୁ ବିଜେଡ଼ିରୁ ନିଲମ୍ବିତ କରାଯିବା ସହ ଜିଲ୍ଲା ଯୋଜନା ବୋର୍ଡରୁ ମଧ୍ୟ ନିଲମ୍ବିତ କରାଯାଇଥିଲା । ତେବେ ପୂର୍ବରୁ ହାଇକୋର୍ଟରେ ତାଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଥିବା ବେଳେ ଆଜି ସର୍ତ୍ତ ମୂଳକ ଜାମିନ ଦେଇଛନ୍ତି କୋର୍ଟ।