ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଲେ ଏସଆରସି

ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଲେ ଏସଆରସି

ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଛି। ତେଣୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଜଳବନ୍ଦୀ ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ପ୍ରସ୍ତୁତ ରହିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି। ଏହାସହ ରନ୍ଧା ଓ ଶୁଖିଲା ଖାଦ୍ୟ ମହଜୁଦ ରଖିବା ସହ ବର୍ଷାରେ କ୍ଷତିଗ୍ରସ୍ତ ରାସ୍ତାର ଶୀଘ୍ର ମରାମତି ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି SRC। ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ SRCଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟାରେ ବସିଛି ଉଚ୍ଚ ସ୍ତରୀୟ ବୈଠକ। ବୈଠକରେ ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳ ସାମିଲ ହେବେ।