ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା ନେଇ ବୈଠକ ଡାକିଲେ ଜିଲ୍ଲାପାଳ

ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା ନେଇ ବୈଠକ ଡାକିଲେ ଜିଲ୍ଲାପାଳ

ଆସନ୍ତା ୧୯ ତାରିଖରେ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏଥିପାଇଁ ଆଜି ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସମସ୍ତ ଅଧିକାରୀ ମାନଙ୍କୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରପତିଙ୍କ ଦୁଇଦିନିଆ ଗସ୍ତ ପାଇଁ ୪୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୨୦୦ ଅଫିସର ମୁତୟନ ହେବେ । ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୂଚନା ମୁତାବକ, ୧୯ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିବା ସହ ୨୦ ତାରିଖରେ ବଡ଼ଦାଣ୍ଡ ସ୍ଥିତ ଶ୍ରୀଚୈତନ୍ୟ ଗୈାଡିୟ ମଠ ଯାଇ ପରିଦର୍ଶନ କରବେ। ଏହାପରେ ଗୈାଡିୟ ମଠର ପ୍ରତିଷ୍ଠାତା ଭକ୍ତିସିଦ୍ଧାନ୍ତ ସରସ୍ଵତୀ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ ତମ ଆବିର୍ଭାବ ମହୋତ୍ସବର ଶୁଭ ଉଦଘାଟନୀ ସମାରୋହ ତଥା ବିଶ୍ବ ବୈଷ୍ଣବ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି।ରାଷ୍ଟ୍ରପତିଙ୍କ ସୁରକ୍ଷା, ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ଏସବୁ ଉପରେ ଗୁରୁତ୍ବ ଦେଇଛି ଜିଲ୍ଲା ପ୍ରଶାସନ । ବୈଠକରେ ଏସପି ଡଃ କନୱାର ବିଶାଲ ସିଂ ଏବଂ ଗୈାଡିୟ ମଠର କର୍ମକର୍ତ୍ତା ମାନେ ମଧ୍ୟ ଉପସ୍ଥିତ ଥିଲେ।