ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୧୫ ଜଣ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୧୫ ଜଣ ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ୬୧୫ ନୂଆ କରୋନା ପଜେଟିଭି ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ଲକ୍ଷ ୩୩ହଜାର ୨୮୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୭ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୨୫୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ୬୮ ଜଣ ରହିଛନ୍ତି । ଏବେ ରାଜ୍ୟରେ ୫୨୦୩ ଆକ୍ଟିଭ୍ କେସ୍ ରହିଛି। ଏହାସହ ୧୦ଲକ୍ଷ୧୯ ହାଜର୭୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ରାଜ୍ୟରେ କରୋନରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ସେହିଭଳି ବିଶ୍ବରେ କୋରୋନା ମୃତ୍ୟୁ ସଂଖ୍ୟା ୪୮ ଲକ୍ଷ ୮୦ ହଜାର ୪୯୩କୁ ବୃଦ୍ଧି ପାଇଛି।