ରାଜ୍ୟରେ କମୁଛି କରୋନା ପ୍ରକୋପ, ଦିନକରେ ୧୦୫ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କମୁଛି କରୋନା ପ୍ରକୋପ, ଦିନକରେ ୧୦୫ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ କମିଛି କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣକର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ଲକ୍ଷ୫୦ହଜାର୩୫୪ରେ ପହଞ୍ଚିଛି । ଏନେଇ ରାଜ୍ୟ ଓ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆଜି କ୍ୱାରେଣ୍ଟାଇନରୁ ୬୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ ୪୩ଟି ରହିଛି । ସେହିପରି ୧୮ ବର୍ଷରୁ କମ ବୟସର ୧୯ ଜଣ ରୋଗୀ ରହିଛନ୍ତି । ବର୍ତ୍ତମାନ ରାଜ୍ୟରେ ମୋଟ ୧୦୫୦୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୩୯୬୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୨୦୫ ଜଣ ଚିକିତ୍ସିତ ହେଉଛନ୍ତି ।