ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୧୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ଲକ୍ଷ୫୧ହଜାର୯୨୭ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୧ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୭୪ଟି ଲୋକାଲ କେସ୍ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍ ବୟସର ୩୦ ଜଣ ପଜିଟିଭ ରହିଛନ୍ତି। ଆଜି କରୋନାରେ ଜଣକର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୩୭ କୁ ବୃଦ୍ଧି ପାଇଛି।